ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।


More Stories
ମା’ବ୍ୟାଘ୍ରଦେବୀଙ୍କ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ନିମନ୍ତେ ନିମନ୍ତ୍ରଣ
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ରେଞ୍ଜ୍ର ଅଧିକାରୀ ସୁକୁମାର ଦୁଖୁ।
ଜଳସେଚନ ଯନ୍ତ୍ରୀଙ୍କ ୮ପ୍ଲଟ୍, ୧.୭ କୋଟିର ଜମା।