କଟକ ଶ୍ରୀରାମଚନ୍ଦ୍ର ଭଞ୍ ମେଡିକାଲ କଲେଜ ଓ ହସ୍ପିଟାଲ ଓଡିଶା ନୁହେଁ ସାରା ଦେଶର ଏକ ମର୍ଯ୍ୟଦାଜନକ ଚିକିତ୍ସା ପ୍ରତିଷ୍ଠାନ । ଶିକ୍ଷା ଓ ଚିକିତ୍ସା କ୍ଷେତ୍ରରେ ଏହାର ଏକ ବିଶେଷ ସୁନାମ ରହିଛି । ଏହାକୁ ଏକ ବିଶ୍ୱସ୍ତରୀୟ ଚିକିତ୍ସା ଓ ଶିକ୍ଷା ଅନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ତଦନୁଯାୟୀ 5T ଉପକ୍ରମରେ ଏହାର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି । ଏହାକୁ ୫୦୦୦ ଶଯ୍ୟା ବିଶିଷ୍ଟ ଏକ ବିଶ୍ୱସ୍ତରୀୟ ଅନୁଷ୍ଠାନ ଭାବେ ଗଢିବା ପାଇଁ କାମ ଜାରି ରହିଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ଯାଇ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ । ବର୍ତ୍ତମାନ L&T ଦ୍ୱାରା ଚାରି ଗୋଟି Clinical ବ୍ଲକ ଓ NCC ଦ୍ୱାରା ୧୩ ଟି ଆବାସିକ ବ୍ଲକର ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏହି ବ୍ଲକ ଗୁଡିକର କାମ ଡିସେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ସମୟରେ ପୂର୍ତ୍ତ ବିଭାଗର ସଚିବ ଶ୍ରୀ ଭି.ଭି.କେ. ଯାଦବ ଓ ଜିଲ୍ଲାପାଳ ଶ୍ରୀ ଭବାନୀ ପ୍ରସାଦ ଚଇନି ପ୍ରମୁଖ ଉପସ୍ଥିତି ଥିଲେ।
More Stories
ଜିଲ୍ଲା ସ୍ତରୀୟ ମାଣ୍ଡିଆ ମଣ୍ଡି ଉଦ୍ଘାଟିତ ହୋଇଯାଇଛି|
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ l
ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l