ଧର୍ମଗଡ଼ : ଧର୍ମଗଡ଼ ବ୍ଲକ୍ ଛଞ୍ଚାଣ ବାହାଲ ପଂଚାୟତ ବେହେରା ଗୁଡା ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗ୍ରାମରେ ସରକାରଙ୍କ ବସୁଧା ଯୋଜନାରେ ପାନୀୟ ଜଳ ପ୍ରକଳ୍ପ ଥାଇ ମଧ୍ୟ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ।ଗାଁ ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଗତ ୨୦୨୦/୨୦୨୧ ମସିହାରେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା ।ତେବେ କାର୍ଯ୍ୟ ଶେଷ ପରେ କାର୍ଯ୍ୟକ୍ଷମ ପୂର୍ବରୁ ହିଁ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୀର୍ଘ ମାସ ଧରି ଜକ ଯୋଗାଣ ଠପ୍ ହୋଇ ପଡ଼ିଥିଲା । ତେବେ ଗ୍ରାମ ବାସୀଙ୍କ ଅଭିଯୋଗ ପରେ ପୁଣି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ଘରକୁ ଘର ପାଇପ ଯୋଗେ ଜଳ ଯୋଗାଣ ଆରମ୍ଭ ହେଲା । ତେବେ ଦୀର୍ଘ ଦିନ ହେବ କେତେକ ସ୍ଥାନରେ ପାଇପ ଫାଟି ଯିବାରୁ ଗ୍ରାମରେ ସଠିକ୍ ଭାବେ ପାଣି ଯୋଗାଣ ହୋଇ ପାରୁ ନ ଥିବା ବେଳେ ଗୋଟିଏ ୱାର୍ଡ ରେ ଜଳ ଯୋଗାଣ ସମ୍ପୂର୍ଣ୍ଣ ଠପ୍ ହୋଇ ପଡ଼ିଛି । ଯାହା ଫଳରେ ଗ୍ରାମବାସୀ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏ ନେଇ ଗ୍ରାମବାସୀ ବିଭାଗୀୟ ଅଧିକାରୀ ଙ୍କୁ ବାରମ୍ବାର ଅଭିଯୋଗ କରିଥିବା ବେଳେ ଗତ ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ ଙ୍କ ନିକଟରେ ଅଭିଯୋଗ କରିଥିଲେ ସୁଦ୍ଧା କୌଣସି ସୁଫଳ ନ ମିଳିବାରୁ ପୁଣି ଥରେ ସୋମବାର ଦିନ ଧର୍ମଗଡ଼ ଠାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଜନ ଶୁଣାଣି ଶିବିରରେ ଜିଲ୍ଲାପାଳ ଙ୍କ ନିକଟରେ ଅଭିଯୋଗ କରି ଶୀଘ୍ର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ଅଭିଯୋଗ କରିଛନ୍ତି । ଏ ନେଇ ଧର୍ମଗଡ଼ ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ ଅଭିଯୋଗ ପାଇଛୁ ଖୁବ୍ ଶୀଘ୍ର ମରାମତି କାର୍ଯ୍ୟ କରାଯିବ ବୋଲି ଫୋନ୍ ଯୋଗେ ପ୍ରତିକ୍ରିୟା ରଖିଛନ୍ତି ।


More Stories
ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ଆରମ୍ଭ l
Dr. Sumant Kumar Patel, the officer of the Kaniha Health Center in Angul district, was caught by the vigilance while accepting a bribe of Rs. 49,000.
ଧାନେଶ୍ଵରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷ ଓ କଳ୍କୀ ଅବତାରଙ୍କ ବ୍ରହ୍ମଏକାକ୍ଷର ମେଳା ଅନୁଷ୍ଠିତ