ରିପୋର୍ଟ :ରଞ୍ଜନ କୁମାର ରାଉତ
ଆସିକା ୨୪/୧୧/୨୦୧୪(ଆମ ଓଡ଼ିଶା ଖବର )ଆଜି ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଶାନ୍ତି ଶକ୍ତି ଭବନ ତରଫରୁ ଆସିକା କଲେଜ ଛକରେ ପରିଚାଳିତ ଗୀତା ପାଠଶାଳା ବିଶ୍ଵ କଲ୍ୟାଣୀ ଭବନର ସ୍ଵନକ୍ଷତ୍ର ଦିବସ ପାଳିତ ହୋଇଯାଇଛି l ଶାନ୍ତି ଶକ୍ତି ଭବନର ସଂଚାଳିକା ରାଜ ଯୋଗିନୀ ବ୍ରହ୍ମାକୁମାରୀ ପ୍ରଭାତୀ ଭଉଣୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କବିସୂର୍ଯ୍ୟ ନଗର ବ୍ଲକର ଅଧ୍ୟକ୍ଷ ବିରେନ୍ଦ୍ର ଖଟେଇ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହିତ ଶିବ ଧ୍ଵଜା ଉତ୍ତୋଳନ କରିଥିଲେ l କାର୍ଯ୍ୟକ୍ରମ ପରିଚାଳନାରେ ବ୍ରହ୍ମାକୁମାରୀ ସୁଜ୍ଞାନୀ, ଲୀଳା ଜ୍ଯୋତି, ନୀଳିମା ,ମମତା ସହଯୋଗ କରିଥିବା ବେଳେ ଈଶ୍ୱରୀୟ ବିଶ୍ଵ ବିଦ୍ୟାଳୟର ଶତାଧିକ ଭଉଣୀ ଭାଇ ଯୋଗ ଦେଇଥିଲେ l


More Stories
ରାଗପୁର ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ l
ମାଟ୍ରିକ ଟପ୍ପରଙ୍କୁ କୋଦଳା ଏନଏସି ପକ୍ଷରୁ ସମ୍ବର୍ଦ୍ଧନା l
ପଶ୍ଚିମବଙ୍ଗରେ ବିଜେପି ଇନ୍, ଦିଦି ଆଉଟ ହେବା ପରେ ସୁମଣ୍ଡଳ ଠାରେ ବିଜେପିର ବିଜୟ ଶୋଭାଯାତ୍ରା l