ରିପୋର୍ଟ:ଦେବାଶିଷ ମହାରଣା
ବେଗୁନିଆପଡା, (ଆମ ଓଡ଼ିଶା ଖବର )ଶୁକ୍ରବାର ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ର ଜନତା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା,ନବୀନ ଓଡ଼ିଶା ତରଫରୁ ଆନ୍ତଃ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଉଦଘାଟୀନ ଦିବସରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ଲାଷ୍ଟିକ୍ ମୁକ୍ତ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଚେସ୍ ଏବଂ କ୍ୟାରମ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ ।ଆଜିକାର ଉଦଘାଟୀନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା ମୁଖ୍ୟ ବକ୍ତା ଭାବେ ସମାଜସେବୀ ମହେଶ୍ୱର ବରାଡ ଯୋଗ ଦେଇଥିବା ବେଳେ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅଭିମନ୍ୟୁ ସ୍ଵାଇଁ ସମେତ ଅନ୍ୟାନ୍ୟ ଅତିଥି ମାନେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଏଥିରେ ଅରୁଣ କୁମାର ରଥ, ଅଧ୍ୟାପକ ପ୍ରବିଣ କୁମାର ଖାଡ଼ଙ୍ଗା, କବିରାଜ ନାୟକ, ଅରୁଣ ମଣ୍ଡଳ, ଅଧ୍ଯାପିକା ମମତା କୁମାରୀ ପାଢି, ସଂଗୀତା କୁମାରୀ ସାହୁ, ଜୋସ୍ନା ନାୟକ ଡି ଇଓ ରାଜେଶ ପାତ୍ର ସମେତ ଅନ୍ୟମାନେ ଉପସ୍ଥିତ ରହିବା ସହ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଏଥିରେ ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିବା ସହ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ଆସନ୍ତା ୧୫ ତାରିଖ ଦିନ ଉଦଯାପିତ ହେବ ବୋଲି ସୂଚନା ମିଳିଛି ।


More Stories
ମା’ବ୍ୟାଘ୍ରଦେବୀଙ୍କ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ନିମନ୍ତେ ନିମନ୍ତ୍ରଣ
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ରେଞ୍ଜ୍ର ଅଧିକାରୀ ସୁକୁମାର ଦୁଖୁ।
ଜଳସେଚନ ଯନ୍ତ୍ରୀଙ୍କ ୮ପ୍ଲଟ୍, ୧.୭ କୋଟିର ଜମା।