ରିପୋର୍ଟ : ଫିଲିପ କୁମାର ଦିଗାଲ
ବାଲିଗୁଡ଼ା:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ୍ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ବ ହୀନତା ଯୋଗୁଁ ଏଭଳି ଘଟଣା ଘଟିଲା । ଏଣୁ ମୃତ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ ସୁପରିଟେଣ୍ଡେଣ୍ଟ୍ ଓ ଦାୟିତ୍ବହୀନ କର୍ମଚାରୀଙ୍କୁ ନିଲମ୍ବନ ଦାବି କରି ଶବ ରଖି ରାସ୍ତା ଅବରୋଧ କରିଛନ୍ତି ଉତ୍ୟକ୍ତ ଅଞ୍ଚଳବାସୀ । ଘଟଣା ପ୍ରକାରେ ଗତକାଲି ଅପରାହ୍ନରେ ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ କୌଣସି କାରଣରୁ ତଳେ ତଳେ ପଡ଼ି ଯାଇ ଅଚେତ ହୋଇପଡ଼ିଥିଲେ । ଏହାପରେ ବିଦ୍ୟାଳୟ କର୍ତ୍ତୁପକ୍ଷ ସତ୍ୟାନନ୍ଦଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଥିଲା ବାଲିଗୁଡ଼ା ପୋଲିସ୍ । ସେପଟେ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ୍ । ଥାନା ଅଧିକାରୀ ବାବାଶଙ୍କର ସରାଫ୍, ତହସିଲଦାର ବିଜୟ କୁମାର ସେଠୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଭିଷଣ ଭୋଇ , ବ୍ଲକ୍ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦିବେର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି ।
More Stories
ପୂର୍ବତନ ବିଧାୟକ ପିତା ଙ୍କ ଦେହାନ୍ତ l
ସ୍ବର୍ଗତ ଲକ୍ଷ୍ମୀଧର ଭୂୟାଁ ଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଅଛି l
ସାଲେପୁର ବ୍ଲକ୍ କୁଶିନାପୁର ଠାରେ କାର୍ତ୍ତିକ ପୂଜା ଅନୁଷ୍ଠିତ ହୋଇଯାଇଅଛି ।ଏହି ପୂଜା ବହୁ ବର୍ଷ ଧରି ହୋଇଆସୁଛି ।