ଆଇନ ଶୃଙ୍ଖଳା ବ୍ୟବସ୍ଥା କୁ ବ୍ୟାପକ କରାଯିବ
ରିପୋର୍ଟ :ପ୍ରସନ୍ନ କୁମାର ସ୍ୱାଇଁ
ଭୁବନେଶ୍ୱର ୯/୨(ଆମ ଓଡ଼ିଶା ଖବର ) ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଚାମ୍ପିୟନସିପରେ ଦେଶର ୨୭ଟି ପୁରୁଷ ଏବଂ ୧୦ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ), ଶ୍ରୀ ଏସ. କେ. ପ୍ରିୟଦର୍ଶୀ, ନିର୍ଦେଶକ (ଏସସିଆରବି ଏବଂ ଏସଏଫଏସଏଲ), ଡ଼. ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଏସଏପି ଶ୍ରୀ ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି.ଆଇ.ଜି.ପି (ଅପରେସନ), ଶ୍ରୀ ଅଖିଳେଶ୍ବର ସିଂ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।


More Stories
ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ଆରମ୍ଭ l
Dr. Sumant Kumar Patel, the officer of the Kaniha Health Center in Angul district, was caught by the vigilance while accepting a bribe of Rs. 49,000.
ଧାନେଶ୍ଵରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷ ଓ କଳ୍କୀ ଅବତାରଙ୍କ ବ୍ରହ୍ମଏକାକ୍ଷର ମେଳା ଅନୁଷ୍ଠିତ